Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ଭାରୋକ୍ତି ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟସକଳ ବିପରୀତ କରିଅଛ।

Gade chapit la Kopi

ଓଡିଆ ବାଇବେଲ

36 ପୁଣି, “ସଦାପ୍ରଭୁଙ୍କର ପ୍ରତ୍ୟାଦେଶ” ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।

Gade chapit la Kopi

ପବିତ୍ର ବାଇବଲ

36 ତୁମ୍ଭେମାନେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, ‘ସଦାପ୍ରଭୁଙ୍କର ବାର୍ତ୍ତା’ ବୋଝ ବୋଲି। କାରଣ ତୁମ୍ଭେମାନେ ପ୍ରତ୍ୟେକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ୱରଙ୍କ ବାକ୍ୟକୁ କଦର୍ଥ କରିଅଛ।

Gade chapit la Kopi




ଯିରିମୀୟ 23:36
24 Referans Kwoze  

ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।


ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?


ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,


କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;


ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।


ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।


ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?


ତୁମ୍ଭେ ଭବିଷ୍ୟଦ୍‍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


Swiv nou:

Piblisite


Piblisite