Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତା; ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;

Gade chapit la Kopi

ଓଡିଆ ବାଇବେଲ

39 ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;

Gade chapit la Kopi

ପବିତ୍ର ବାଇବଲ

39 ମାତ୍ର ତୁମ୍ଭେମାନେ ଆମ୍ଭର ବାକ୍ୟକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦେଇଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।

Gade chapit la Kopi




ଯିରିମୀୟ 23:39
30 Referans Kwoze  

ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’


ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


ଅର୍ଥାତ୍‍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।


ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?


କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।


ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।


ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।


ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।


ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।


ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।


ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!


“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’


ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”


Swiv nou:

Piblisite


Piblisite