Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ନୋହିବେ, କିଅବା ସେମାନଙ୍କର କେହି ଅନୁପସ୍ଥିତ ନୋହିବ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ଆଉ ଆମ୍ଭେ ସେମାନଙ୍କ ଉଦ୍ଦେଶ୍ୟରେ ନୂତନ ପାଳକ ନିଯୁକ୍ତ କରିବା। ସେମାନେ ସେମାନଙ୍କୁ ଚରାଇବେ ଓ ଯତ୍ନ ନେବେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହେବେ ନାହିଁ। ପୁଣି ସେମାନଙ୍କ ମଧ୍ୟରୁ କେହି ହଜିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 23:4
25 Referans Kwoze  

ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”


ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’


“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।


ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”


Swiv nou:

Piblisite


Piblisite