Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆଉ, ଯାହା ବିସ୍ମୃତ ନୋହିବ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।

Gade chapit la Kopi

ଓଡିଆ ବାଇବେଲ

40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”

Gade chapit la Kopi

ପବିତ୍ର ବାଇବଲ

40 ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜା ତୁମ୍ଭମାନଙ୍କୁ ଚିରକାଳ ଭୋଗକରାଇବା, ଯାହାକୁ ତୁମ୍ଭେମାନେ କେବେ ଭୁଲିପାରିବ ନାହିଁ।”’

Gade chapit la Kopi




ଯିରିମୀୟ 23:40
10 Referans Kwoze  

ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର।


Swiv nou:

Piblisite


Piblisite