Biblia Todo Logo
Bib sou entènèt

- Piblisite -




ଯିରିମୀୟ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏକ ଡାଲାରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ଅତି ଉତ୍ତମ ଡିମିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।

Gade chapit la Kopi

ଓଡିଆ ବାଇବେଲ

2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।

Gade chapit la Kopi

ପବିତ୍ର ବାଇବଲ

2 ଗୋଟିଏ ଡାଲାରେ ଆଦ୍ୟ ପକ୍ୱ ଡିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲାରେ ଏପରି ଅତି ମନ୍ଦ ଡିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପଯୋଗୀ ନ ଥିଲା।

Gade chapit la Kopi




ଯିରିମୀୟ 24:2
11 Referans Kwoze  

ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?


ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।


ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।


ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।


ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।


Swiv nou:

Piblisite


Piblisite