ଯିରିମୀୟ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ। Gade chapit laଓଡିଆ ବାଇବେଲ7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’ Gade chapit laପବିତ୍ର ବାଇବଲ7 ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନଙ୍କୁ ଜଣାଇବା ପାଇଁ ମନ ଦେବା। ତାହାହେଲେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା କାରଣ ସେମାନେ ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଫେରି ଆସିବେ।” Gade chapit la |
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;