Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।

Gade chapit la Kopi

ଓଡିଆ ବାଇବେଲ

14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”

Gade chapit la Kopi

ପବିତ୍ର ବାଇବଲ

14 ଏବଂ ସେମାନେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହେବେ। ଆଉ ଆମ୍ଭେ ସେମାନଙ୍କ କାର୍ଯ୍ୟକଳାପନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”

Gade chapit la Kopi




ଯିରିମୀୟ 25:14
17 Referans Kwoze  

ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”


ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!


ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।


ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।


ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


Swiv nou:

Piblisite


Piblisite