Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;

Gade chapit la Kopi

ଓଡିଆ ବାଇବେଲ

2 ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;

Gade chapit la Kopi

ପବିତ୍ର ବାଇବଲ

2 ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ଯିରୁଶାଲମ ନିବାସୀ ନିକଟରେ ସେହି ବାକ୍ୟ ପ୍ରଗ୍ଭର କରି କହିଲେ,

Gade chapit la Kopi




ଯିରିମୀୟ 25:2
8 Referans Kwoze  

ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?


“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


“ଆମୋନ୍‍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।


Swiv nou:

Piblisite


Piblisite