Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ଏକଆରେକର ସହିତ ଓ ଭୂମଣ୍ତଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।

Gade chapit la Kopi

ପବିତ୍ର ବାଇବଲ

26 ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣକ ପରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ୟକୁ ପାନ କରାଇଲା ପରେ “ଶେଶକର” ରାଜା ଏହି ପାତ୍ରରୁ ପାନ କରିବେ।

Gade chapit la Kopi




ଯିରିମୀୟ 25:26
12 Referans Kwoze  

ଶେଶକ୍‍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।


ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।


ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍‍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’


Swiv nou:

Piblisite


Piblisite