Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଊର୍ଦ୍ଧ୍ଵରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

30 “ହେ ଯିରିମିୟ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର। ସେମାନଙ୍କୁ କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ହୁଙ୍କାର କରିବେ। ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚିତ୍କାର ଶୁଣାଇବେ। ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପରେ ମହାରବ କରିବେ ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧରେ ସିଂହାସନ କରିବେ।

Gade chapit la Kopi




ଯିରିମୀୟ 25:30
25 Referans Kwoze  

ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”


ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।


ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।


ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ।


“ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।


ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।


ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।


ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।


ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।


ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।


ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।”


ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।


ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।


କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।


ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


Swiv nou:

Piblisite


Piblisite