Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରା; ସୀମାରୁ ଏକ ମହାତୋଫାନ ଉଠିବ।

Gade chapit la Kopi

ଓଡିଆ ବାଇବେଲ

32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହା ତୋଫାନ ଉଠିବ।

Gade chapit la Kopi

ପବିତ୍ର ବାଇବଲ

32 ପୁରି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀରେ ମହା ତୋଫାନ ଉଠିବ।”

Gade chapit la Kopi




ଯିରିମୀୟ 25:32
12 Referans Kwoze  

ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।


କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।


ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।


ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,


ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,


ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।


କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।


ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;


ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”


Swiv nou:

Piblisite


Piblisite