Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶଦ୍ଦ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

37 ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

37 ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ୟ ମରୁ ହୋଇଅଛି।

Gade chapit la Kopi




ଯିରିମୀୟ 25:37
10 Referans Kwoze  

କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।


କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”


ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?


ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।


ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।


Swiv nou:

Piblisite


Piblisite