Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସେ ସିଂହ ତୁଲ୍ୟଆପଣା ଗହ୍ଵର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ଼୍‍ଗର ଭୟଙ୍କରତା ହେତୁରୁ ଓ ତାହାଙ୍କର ପ୍ରଚଣ୍ତ କ୍ରୋଧ ହେତୁରୁ ଦେଶ ବିସ୍ମୟସ୍ଥାନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

38 ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି। ତାଙ୍କର କ୍ରୋଧ ରୂପକ ‌‌ଖ‌ଡ଼୍‌ଗ ଭୟଙ୍କର ହେବ ଓ ସେହି ପ୍ରଚଣ୍ଡ କ୍ରୋଧ ହେତୁରୁ ଦେଶ ଶୂନ୍ୟ ମରୁମୟ ସ୍ଥାନ ହେବ।

Gade chapit la Kopi




ଯିରିମୀୟ 25:38
15 Referans Kwoze  

ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।


ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,


ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।”


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?


ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”


ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।


ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।


ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।


ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।


Swiv nou:

Piblisite


Piblisite