Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ କହିଅଛି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;

Gade chapit la Kopi

ଓଡିଆ ବାଇବେଲ

5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;

Gade chapit la Kopi

ପବିତ୍ର ବାଇବଲ

5 ସେହି ଭବିଷ୍ୟ‌ଦ୍‌ବକ୍ତାଗଣ କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫେର। ତାହାହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତାହା ମଧ୍ୟରେ ତୁମ୍ଭେମାନେ ବାସ କରିବ।

Gade chapit la Kopi




ଯିରିମୀୟ 25:5
20 Referans Kwoze  

ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।


ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।


ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’


କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।


ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।


ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


Swiv nou:

Piblisite


Piblisite