Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।

Gade chapit la Kopi

ଓଡିଆ ବାଇବେଲ

9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।

Gade chapit la Kopi

ପବିତ୍ର ବାଇବଲ

9 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।

Gade chapit la Kopi




ଯିରିମୀୟ 25:9
48 Referans Kwoze  

ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।


ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।


ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।


ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:


“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।


ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।


ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।


ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।


ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।


ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”


ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?


ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।


ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।


ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।


ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?


Swiv nou:

Piblisite


Piblisite