Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶ ସ୍ଥାନରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

10 ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।

Gade chapit la Kopi




ଯିରିମୀୟ 26:10
15 Referans Kwoze  

ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।


ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।


ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।


ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।


ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;


ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।


ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।


ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;


ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।


ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।


Swiv nou:

Piblisite


Piblisite