Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା।

Gade chapit la Kopi

ଓଡିଆ ବାଇବେଲ

21 ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା।

Gade chapit la Kopi

ପବିତ୍ର ବାଇବଲ

21 ରାଜା ଯିହୋୟାକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିୟଙ୍କ ଭବିଷ୍ୟ‌ଦ୍‌ବାଣୀ ଶୁଣିଲେ। ତା'ପରେ ରାଜା ଯିହୋୟାକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିୟ ଭୟଭୀତ ହୋଇ ମିଶରକୁ ପଳାଇଲା।

Gade chapit la Kopi




ଯିରିମୀୟ 26:21
15 Referans Kwoze  

କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।


ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।


ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।


ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;


ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।


ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।


ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।


ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।


Swiv nou:

Piblisite


Piblisite