Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରୁଛନ୍ତି।

Gade chapit la Kopi




ଯିରିମୀୟ 27:10
17 Referans Kwoze  

କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”


ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,


ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”


ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


Swiv nou:

Piblisite


Piblisite