Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ପୁଣି ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ‘ତୁମ୍ଭେମାନେ ବାବିଲ ରାଜାର ସେବା କର ନାହିଁ।’ “ତୁମ୍ଭେମାନେ ସେମାନଙ୍କର କଥାକୁ ଶୁଣିବା ଉଚିତ୍ ନୁହେଁ। କାରଣ ସେମାନେ ମିଥ୍ୟାବାଦୀ ପ୍ରଗ୍ଭର କରନ୍ତି।

Gade chapit la Kopi




ଯିରିମୀୟ 27:14
20 Referans Kwoze  

ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


Swiv nou:

Piblisite


Piblisite