Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;

Gade chapit la Kopi

ଓଡିଆ ବାଇବେଲ

21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ

21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ସଦାପ୍ରଭୁଙ୍କ ମନ୍ଦିରରେ, ଯିହୁଦାର ରାଜପ୍ରାସାଦରେ ଓ ଯିରୁଶାଲମରେ ଅବଶିଷ୍ଟ ଥିବା, ସେହି ସମସ୍ତ ବାସନ କୁସନ ବାବିଲକୁ ଅଣାଯିବ।

Gade chapit la Kopi




ଯିରିମୀୟ 27:21
9 Referans Kwoze  

ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।


ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”


ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।


ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।


ଆଉ, ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍‍ ରାଜା ତାହାସବୁ ବାହାର କରି ଆଣିଲା।


ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।


ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


Swiv nou:

Piblisite


Piblisite