Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,

Gade chapit la Kopi

ଓଡିଆ ବାଇବେଲ

2 ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,

Gade chapit la Kopi

ପବିତ୍ର ବାଇବଲ

2 ରାଜା ଯିହୋୟାଖୀନ୍, ରାଜମାତା, ନପୁଂସକଗଣ, ପ୍ରାଚୀନବର୍ଗ, ଶିଳ୍ପକାରୀଗଣ ଓ କର୍ମକାରଗଣ ଯିରୁଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ ଏହି ପତ୍ର ପଠାଗଲା।

Gade chapit la Kopi




ଯିରିମୀୟ 29:2
13 Referans Kwoze  

ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”


ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।


ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।


ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


Swiv nou:

Piblisite


Piblisite