Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।

Gade chapit la Kopi

ଓଡିଆ ବାଇବେଲ

23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”

Gade chapit la Kopi

ପବିତ୍ର ବାଇବଲ

23 ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।”

Gade chapit la Kopi




ଯିରିମୀୟ 29:23
28 Referans Kwoze  

“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;


କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।


ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”


ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”


ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।


ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।”


ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!


ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।


ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


Swiv nou:

Piblisite


Piblisite