Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,

Gade chapit la Kopi

ଓଡିଆ ବାଇବେଲ

25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,

Gade chapit la Kopi

ପବିତ୍ର ବାଇବଲ

25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଶମୟିୟ, ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକଙ୍କୁ ମାସେୟର ପୁତ୍ର ସିଫନିୟ ଯାଜକକୁ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଅ।

Gade chapit la Kopi




ଯିରିମୀୟ 29:25
16 Referans Kwoze  

ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।


ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”


ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।


ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।


ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।


ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।


ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।


ମଧ୍ୟ ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ନିନ୍ଦା କରିବାକୁ ଓ ତାହାଙ୍କ ବିରୁଦ୍ଧରେ କଥା କହିବାକୁ ଏହିପରି ପତ୍ରମାନ ଲେଖିଲା, ଯଥା, “ନାନା ଦେଶୀୟ ଲୋକମାନଙ୍କ ଦେବଗଣ ଯେପରି ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ନାହାନ୍ତି, ସେପରି ହିଜକୀୟର ପରମେଶ୍ୱର ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବେ ନାହିଁ।”


ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।


ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,


ଯିହୋୟାଖୀନ୍‍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,


Swiv nou:

Piblisite


Piblisite