Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;

Gade chapit la Kopi

ଓଡିଆ ବାଇବେଲ

4 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;

Gade chapit la Kopi

ପବିତ୍ର ବାଇବଲ

4 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ଆମ୍ଭେ ଯିରୁଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସମସ୍ତ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି।

Gade chapit la Kopi




ଯିରିମୀୟ 29:4
7 Referans Kwoze  

“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;


Swiv nou:

Piblisite


Piblisite