Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।’”

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।”

Gade chapit la Kopi




ଯିରିମୀୟ 29:7
12 Referans Kwoze  

ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।


ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।


ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।


ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”


ଏହେତୁ ତୁମ୍ଭେ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।’


Swiv nou:

Piblisite


Piblisite