Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।”

Gade chapit la Kopi

ପବିତ୍ର ବାଇବଲ

9 ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 29:9
7 Referans Kwoze  

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”


ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


Swiv nou:

Piblisite


Piblisite