Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ଵୀକାର କର ।

Gade chapit la Kopi

ଓଡିଆ ବାଇବେଲ

13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁ କହନ୍ତି, “ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭେ ଭୁଲ୍ କରିଛ, ତୁମ୍ଭେ ବିଦେଶୀମାନଙ୍କ ପାଖକୁ ଯାଇ ଏବଂ ସେମାନଙ୍କ ସହିତ ପ୍ରତ୍ୟେକ ହରିତ୍ ବୃକ୍ଷତଳେ ବେଶ୍ୟାବୃତ୍ତି କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ।” ତୁମ୍ଭେ ମୋର କଥା ମାନିଲ ନାହିଁ।

Gade chapit la Kopi




ଯିରିମୀୟ 3:13
22 Referans Kwoze  

ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।”


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’


ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।


ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।


ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍‍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ?


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


Swiv nou:

Piblisite


Piblisite