Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, “ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ ?

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମୋର ‘ପିତା’, ‘ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ।’

Gade chapit la Kopi




ଯିରିମୀୟ 3:4
16 Referans Kwoze  

“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।


ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।


ଯାହାର ଗୃହ ମୃତ୍ୟୁୁ ଆଡ଼େ


ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’


ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;


ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।


କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।


କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”


Swiv nou:

Piblisite


Piblisite