Biblia Todo Logo
Bib sou entènèt

- Piblisite -




ଯିରିମୀୟ 30:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’

Gade chapit la Kopi

ପବିତ୍ର ବାଇବଲ

11 ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”

Gade chapit la Kopi




ଯିରିମୀୟ 30:11
29 Referans Kwoze  

ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”


ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।


ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।


ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।


ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।


ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।


ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”


“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”


Swiv nou:

Piblisite


Piblisite