ଯିରିମୀୟ 30:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ଵୁସକଳର ବନ୍ଦୀତ୍ଵ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ। Gade chapit laଓଡିଆ ବାଇବେଲ18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ। Gade chapit laପବିତ୍ର ବାଇବଲ18 ସଦାପ୍ରଭୁ କହନ୍ତି, “ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ୱର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”