Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ କ୍ରନ୍ଦନର ଶଦ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।

Gade chapit la Kopi

ଓଡିଆ ବାଇବେଲ

16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ,” ଏହା ସଦାପ୍ରଭୁ କହନ୍ତି; “ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।”

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।” ଆଉ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ।

Gade chapit la Kopi




ଯିରିମୀୟ 31:16
27 Referans Kwoze  

ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”


ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।


ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।


କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।


ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।


ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।


ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;


Swiv nou:

Piblisite


Piblisite