Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମକାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମ କାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।

Gade chapit la Kopi

ଓଡିଆ ବାଇବେଲ

17 ସଦାପ୍ରଭୁ କହନ୍ତି, “ତୁମ୍ଭର ଅନ୍ତିମ କାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ

17 ତୁମ୍ଭ ଅନ୍ତିମକାଳ ବିଷୟରେ ପ୍ରତ୍ୟାଶ ଅଛି।” ସଦାପ୍ରଭୁ କହନ୍ତି, ଆଉ “ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫେରି ଆସିବେ।

Gade chapit la Kopi




ଯିରିମୀୟ 31:17
19 Referans Kwoze  

ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।


ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।


ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”


ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।


ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।


ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;


ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।


Swiv nou:

Piblisite


Piblisite