Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜ ପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜ ପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।

Gade chapit la Kopi

ପବିତ୍ର ବାଇବଲ

21 “ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସେହି ପଥରେ ମନୋନିବେଶ କର। ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ନଗରଗୁଡ଼ିକୁ ଫେରି ଆସ।

Gade chapit la Kopi




ଯିରିମୀୟ 31:21
23 Referans Kwoze  

ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।


ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”


ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;


ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”


ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।


ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।


ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍‍ ଯିରୂଶାଲମକୁ ଆସିଲେ।


ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।


“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’


ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।


ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।


Swiv nou:

Piblisite


Piblisite