Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।

Gade chapit la Kopi

ଓଡିଆ ବାଇବେଲ

22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।

Gade chapit la Kopi

ପବିତ୍ର ବାଇବଲ

22 ହେ ଅବିଶ୍ୱସ୍ତା କନ୍ୟା, ତୁମ୍ଭେ କେତେକାଳ ଏଣେତେଣେ ଭ୍ରମଣ କରିବ? “କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”

Gade chapit la Kopi




ଯିରିମୀୟ 31:22
27 Referans Kwoze  

ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?


କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


“ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।”


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।


ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।


“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”


ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!


ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?


Swiv nou:

Piblisite


Piblisite