Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ,।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, “ଆମ୍ଭେ ଚିରସ୍ଥାୟୀ ଭାବରେ ତୁମ୍ଭକୁ ପ୍ରେମ କରି ଆସିଛୁ। ଏଣୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।

Gade chapit la Kopi




ଯିରିମୀୟ 31:3
28 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।


ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।


କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।


ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ଯେପରି ଲେଖାଅଛି, ‘ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।’”


ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।


ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”


Swiv nou:

Piblisite


Piblisite