Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ-ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ;

Gade chapit la Kopi

ଓଡିଆ ବାଇବେଲ

33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;

Gade chapit la Kopi

ପବିତ୍ର ବାଇବଲ

33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।

Gade chapit la Kopi




ଯିରିମୀୟ 31:33
36 Referans Kwoze  

ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।


“କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,”


କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”


ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;


ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।


କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”


ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”


ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,


ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।


ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ।


ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।


ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।


“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।


Swiv nou:

Piblisite


Piblisite