Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :

Gade chapit la Kopi

ଓଡିଆ ବାଇବେଲ

35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :

Gade chapit la Kopi

ପବିତ୍ର ବାଇବଲ

35 ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”

Gade chapit la Kopi




ଯିରିମୀୟ 31:35
39 Referans Kwoze  

ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।


କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।


ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।


ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।


ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।


ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।


ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?


ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।


ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।


“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;


ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,” ଏହା ସଦାପ୍ରଭୁ କହନ୍ତି।


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


Swiv nou:

Piblisite


Piblisite