Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ-ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

38 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଯିରୁଶାଲମ ନଗର ପୁନର୍ବାର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ। ତା'ପରେ ହନନେଲ ଦୁର୍ଗରୁ କୋଣ ଫାଟକ ପର୍ଯ୍ୟନ୍ତ ତାହା ନିର୍ମିତ ହେବ।

Gade chapit la Kopi




ଯିରିମୀୟ 31:38
17 Referans Kwoze  

ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।


ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।


ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”


ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।


ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।


ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।


“ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite