Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକି ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏସ୍ଥାନକୁ ଆସିବେ।

Gade chapit la Kopi

ଓଡିଆ ବାଇବେଲ

8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ

8 ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।

Gade chapit la Kopi




ଯିରିମୀୟ 31:8
29 Referans Kwoze  

ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”


ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।


ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି ସ୍ଥାନରେ ଚରାଇବା।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।


ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;


ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?


ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”


“ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।


ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।


ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।


ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।


ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।


ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।


ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।


Swiv nou:

Piblisite


Piblisite