Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ ଓ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।

Gade chapit la Kopi

ଓଡିଆ ବାଇବେଲ

15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’”

Gade chapit la Kopi

ପବିତ୍ର ବାଇବଲ

15 ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”

Gade chapit la Kopi




ଯିରିମୀୟ 32:15
13 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।


ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।”


ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”


Swiv nou:

Piblisite


Piblisite