Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ଵ ଦ୍ଵାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେ ସେହି ଅଲୌକିକ ଶକ୍ତି, ଅ‌‌ଦ୍‌‌ଭୂତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ।

Gade chapit la Kopi




ଯିରିମୀୟ 32:21
18 Referans Kwoze  

ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।


ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”


ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।


ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;


ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


Swiv nou:

Piblisite


Piblisite