Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍‍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।

Gade chapit la Kopi

ଓଡିଆ ବାଇବେଲ

28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ କଲ୍‍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।

Gade chapit la Kopi

ପବିତ୍ର ବାଇବଲ

28 ପୁଣି ସଦାପ୍ରଭୁ ଏହା ମଧ୍ୟ କହିଲେ, “ଦେଖ, ଆମ୍ଭେ କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା। ସେ ତାହା ହସ୍ତଗତ କରିବେ।

Gade chapit la Kopi




ଯିରିମୀୟ 32:28
11 Referans Kwoze  

ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;


ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।


ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।


କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।


ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।


Swiv nou:

Piblisite


Piblisite