Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi

ଓଡିଆ ବାଇବେଲ

29 ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।

Gade chapit la Kopi

ପବିତ୍ର ବାଇବଲ

29 ଆଉ କ‌‌ଲ୍‌‌ଦୀୟମାନେ ଏହି ନଗର ବିରୁଦ୍ଧରେ ସେମାନଙ୍କର ଆକ୍ରମଣ ଆରମ୍ଭ କରିଦେଇଛନ୍ତି, ସେମାନେ ଖୁବଶୀଘ୍ର ଏହି ନଗରରେ ପ୍ରବେଶ କରି ଅଗ୍ନି ଲଗାଇବେ। ଯେଉଁସବୁ ଗୃହଗୁଡ଼ିକରେ ‌ବା‌ଲ୍‌ଦେବ ପାଇଁ ନୈବେଦ୍ୟ ଉତ୍ସର୍ଗ କରିଥିଲେ ଓ ଆମ୍ଭଙ୍କୁ କ୍ରୋଧିତ କରିବା ପାଇଁ ଅନ୍ୟ ଦେବତାମାନଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କଲ, ସେମାନେ ସେହିସବୁ ଗୃହଗୁଡ଼ିକୁ ଦ‌ଗ୍‌ଧ କରିବେ।

Gade chapit la Kopi




ଯିରିମୀୟ 32:29
26 Referans Kwoze  

କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।


ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,


ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?


ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”


ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?


ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ରକନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।


Swiv nou:

Piblisite


Piblisite