Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ଵାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା।

Gade chapit la Kopi

ଓଡିଆ ବାଇବେଲ

44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”

Gade chapit la Kopi

ପବିତ୍ର ବାଇବଲ

44 ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”

Gade chapit la Kopi




ଯିରିମୀୟ 32:44
17 Referans Kwoze  

ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।


ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।


ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’


ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।


ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।


ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍‍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।


ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।


ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


Swiv nou:

Piblisite


Piblisite