Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ଵାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହଁ କୃତକାର୍ଯ୍ୟ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

5 ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କ‌‌ଲ୍‌‌ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”

Gade chapit la Kopi




ଯିରିମୀୟ 32:5
20 Referans Kwoze  

ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ?


ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।


ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।


ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”


ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।


ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”


ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”


ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”


ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।


ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।


ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।


ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।


ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।


Swiv nou:

Piblisite


Piblisite