Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆନନ୍ଦଧ୍ଵନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା।

Gade chapit la Kopi

ଓଡିଆ ବାଇବେଲ

11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”

Gade chapit la Kopi




ଯିରିମୀୟ 33:11
47 Referans Kwoze  

ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।


ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା


ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।


ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।


ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।


ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।


ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”


ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।


ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।


ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।


ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।


କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।


ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।


ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”


ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।


କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।


ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”


ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।


Swiv nou:

Piblisite


Piblisite