Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର-ସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।

Gade chapit la Kopi

ଓଡିଆ ବାଇବେଲ

13 ସଦାପ୍ରଭୁ କହନ୍ତି, “ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।”

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର ସମୂହରେ, ନିମ୍ନଭୂମିର ନଗରମାନଙ୍କରେ, ଦକ୍ଷିଣଦିଗସ୍ଥ ସକଳ ନଗରରେ, ବିନ୍ୟାମୀନ ଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନଙ୍କରେ ଲୋକମାନେ ସେମାନଙ୍କର ମେଷପଲକୁ ଗଣନା କରିବେ।”

Gade chapit la Kopi




ଯିରିମୀୟ 33:13
9 Referans Kwoze  

ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?


ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’


ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”


ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;


ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍‍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।


Swiv nou:

Piblisite


Piblisite