Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସମ୍ଵନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

14 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

14 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।

Gade chapit la Kopi




ଯିରିମୀୟ 33:14
31 Referans Kwoze  

ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ।


ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।


ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।


Swiv nou:

Piblisite


Piblisite