Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।”

Gade chapit la Kopi

ପବିତ୍ର ବାଇବଲ

16 ସେହି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ଯିରୁଶାଲମ ନିରାପଦରେ ବାସ କରିବ। ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ପରିଗ୍ଭଳକ ହେବେ, ସଦାପ୍ରଭୁ ଆମ୍ଭର ନ୍ୟାୟବାନ।’”

Gade chapit la Kopi




ଯିରିମୀୟ 33:16
20 Referans Kwoze  

ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।”


ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।


ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”


ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”


ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’


Swiv nou:

Piblisite


Piblisite