Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆକାଶମଣ୍ତଳର ବାହିନୀଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।

Gade chapit la Kopi

ଓଡିଆ ବାଇବେଲ

22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।’”

Gade chapit la Kopi

ପବିତ୍ର ବାଇବଲ

22 ଯେପରି ଆକାଶର ତାରା ଗଣା ଯାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ଯାଇପାରିବ ନାହିଁ, ସେହିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲେବୀୟ ପରିବାରବର୍ଗକୁ ଏତେ ସଂଖ୍ୟାରେ ଦାସ ଓ ପରିଗ୍ଭରକ ପଠାଇବା ସେଗୁଡ଼ିକ ମଧ୍ୟ ଆକଳନ ହେବେ।”

Gade chapit la Kopi




ଯିରିମୀୟ 33:22
23 Referans Kwoze  

ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”


ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।


ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।


ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।


ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”


ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।


କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”


ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।


ଆମ୍ଭେ ସେମାନଙ୍କ ପାଇଁ ଶୀଷ୍‍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।


Swiv nou:

Piblisite


Piblisite